ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ବକୃତା ପ୍ରତିଯୋଗିତାରେ ନୟାଗଡ଼ ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ବକୃତା ପ୍ରତିଯୋଗିତାରେ ଭାଗନେଇଥିଲେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱବିଜିତା ମହାନ୍ତି । ସମସ୍ତ ଜିଲ୍ଲାରୁ ପ୍ରଥମ ସ୍ଥାନ ଅଧିକାର କରି ଆସିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ବକୃତା ବିଜେତା ହେଲେ ବିଶ୍ୱବିଜିତା। ପୂର୍ବରୁ ନୟାଗଡ଼ର ପ୍ରତିଭା ଏହି କୁନି ଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣକରି ଉତ୍କଳଜ୍ୟୋତି ସମ୍ମାନର ଅଧିକାରୀ ହୋଇଥିବା ସାଙ୍ଗକୁ ବିଜ୍ଞାନ ମେଳାରେ ପ୍ରଥମ ସ୍ଥାନ ଅଧିକାର କରି ନୟାଗଡ଼ ଜିଲ୍ଲାକୁ ଗୌରବାନ୍ୱିତ କରିଛନ୍ତି।

ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ସହିତ, ଗୀତାଶ୍ଳୋକ ଆବୃତ୍ତି ଓ କୁଇଜ଼ ପ୍ରତିଯୋଗିତାରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରି ନୟାଗଡ଼ ଜିଲ୍ଲାର ସୁନାମ ଅକ୍ଷୁର୍ଣ ରଖିଛନ୍ତି। ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ବାର୍ଷିକ ଉତ୍ସବରେ ବିଦ୍ୟାଳୟ ତରଫରୁ ପ୍ରଦତ୍ତ ବିଦ୍ୟାଳୟର ଗର୍ବ ଓ ଗୌରବ ସମ୍ମାନକୁ ବଜାୟ ରଖିଛନ୍ତି। ଆଜି ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ଆୟୋଜିତ ରାଜ୍ଯ ସ୍ତରୀୟ ଡିବେଟ ପ୍ରତିଯୋଗିତାରେ ବିଶ୍ବବିଜିତା ପ୍ରଥମ ସ୍ଥାନ ଅଧିକାର କରିଥିବା ଖବର ଶୁଣି ନୟାଗଡ଼ର ବୁଦ୍ଧିଜୀବୀ, ବିଦ୍ୟାଳୟର ଗୁରୁଜୀ, ଗୁରୁମା, ସାହିତ୍ୟିକ ଓ ଲେଖକ ମହଲରେ ଖୁସିର ଲହରୀ ଖେଳିଯାଇଛି। ବିଶ୍ବବିଜିତା ଆମ ବିଦ୍ଯାଳୟର ସର୍ବଗୁଣ ସମ୍ପନ୍ନ ମେଧାବୀ ଛାତ୍ରୀ ବୋଲି ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁ ମତବ୍ୟକ୍ତ କରିବା ସହିତ ତାଙ୍କ ପିତାମାତାଙ୍କୁ ଆନ୍ତରିକ ଧନ୍ଯବାଦ ଜ୍ଞାପନ କରିଛନ୍ତି।