ନୟାଗଡ଼, (ନୟାଗଡ଼ ଦର୍ପଣ): ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନେସନାଲ କନଫରେନ୍ସ -୨୦୨୫ ପ୍ରତିଭା ସମ୍ମାନ ଓ ସାରସ୍ବତ ସମ୍ମାନ ସମାରୋହ ଉତ୍ସବ ପୁରୀ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ, ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା କରାଯାଇଥିଲା ତତ୍ ସହ ଆଦର୍ଶ ଶିକ୍ଷକ ଓ ଯୁବ ଲେଖକ କବି ଭାବରେ ବେଶ୍ ଜଣଶୁଣା ବୋଲି ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ଉପସ୍ଥାପନା କରିଥଲେ। ମୁଖ୍ୟ ଅତିଥି ହରିହର କାନୁନଗୋ ତିରୁପତି ବିଶ୍ବ ବିଦ୍ୟାଳୟ କୁଳପତି ଓ ଶଶଧର ପଣ୍ଡା ଶିକ୍ଷାବିତ୍, ଶ୍ରୀକାନ୍ତ ଗୌତମ ରଥ ଚଳଚ୍ଚିତ୍ର ସଙ୍ଗୀତ ନିର୍ଦ୍ଦେଶକ, ପ୍ରିୟମ୍ବଦା ଦାସ ପ୍ରବଚିକା,ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ଓ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ ।।
ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ହେଲେ ଶିକ୍ଷକ ପ୍ରତାପ କୁମାର ପରିଡ଼ା
