ନୟାଗଡ଼ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ୨୦ତମ ପି.ଏମ. କିଷାନ୍ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ୨୦ତମ ପ୍ରଧାନମନ୍ତ୍ରୀ କିଷାନ୍ ଯୋଜନାର ସିଧା ପ୍ରସାରଣ କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ପାଣିପୋଇଲା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀ, ଉତ୍ତରପ୍ରଦେଶ ଠାରେ ଅନୁଷ୍ଠିତ ହୋଇଥିବା ସିଧା ପ୍ରସାରଣ ମାଧ୍ୟମରେ ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ଗୋକୁଳାନନ୍ଦ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମକୁ କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ ଓ କୃଷି ବିଭାଗ, ନୟାଗଡ଼ର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଜିଲ୍ଲାର ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ଚାଷୀ ଭାଇ ଓ ଭଉଣୀମାନେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ସିଡିଭିଓ, ଉପ ନିର୍ଦ୍ଦେଶକ ଉଦ୍ୟାନ, ବନଖଣ୍ଡ ଅଧିକାରୀ ଯୋଗଦାନ କରିଥିଲେ। ଏହି ଅବସରରେ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ବିଭିନ୍ନ ପ୍ରକାଶନ ଉନ୍ମୋଚନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଚାଷୀ ଓ ବୈଜ୍ଞାନିକ ଆଲୋଚନା ମଧ୍ୟ କରାଯାଇଥିଲା।

Related posts