ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ

ନୟାଗଡ଼, (ନୟାଗଡ଼ ଦର୍ପଣ): ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ ବାଚସ୍ପତିଙ୍କ ବାସଭବନରେ ସାକ୍ଷାତ କରି ଓଡ଼ିଶାର ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ଆଲୋଚ଼ନା କରିବା ସହ ଅଧିକ ପୋଷ୍ଟ ଓ ସ୍ଥାୟୀ ନିଯୁକ୍ତି ନିମନ୍ତେ ବିଶଦ ଆଲୋଚନା କରିଥିଲେ। ସୂଚନାଥାଉକି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତ୍ୟେକ କ୍ଲଷ୍ଟରରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବେ, ୨୦୨୫-୨୦୨୭ ଶିକ୍ଷାବର୍ଷ ମଧ୍ୟରେ ୪୧୬୦ ପୋଷ୍ଟ ନିଯୁକ୍ତି ଦିଆଯିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ସାରଣୀ ଅନୁସାରେ ଓଡିଶାକୁ ପ୍ରାରମ୍ଭିକ ସ୍ତରରେ ୧୨୨୬୮ ସ୍ଥାୟୀ ପଦବୀର ଆବଶ୍ୟକତା ଅଛି। ସଂଘର ଦାବି ରହିଛି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏକାକାଳୀନ ସମସ୍ତ ପଦ ପୂରଣ କରାଗଲେ ନୟାଗଡ଼ ଜିଲ୍ଲା ତଥା ଓଡିଶାର ସମସ୍ତ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଉତ୍ତମ ଶିକ୍ଷା ପାଇପାରିବେ। ଏହାକୁ ମାନନୀୟା ବାଚସ୍ପତି ଶ୍ରୀମତୀ ପାଢ଼ୀ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବା ସମସ୍ତ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।

Related posts