ଓଡ଼ଗାଁର ବିଭିନ୍ନ ପ୍ରକଳ୍ପ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ

ଓଡ଼ଗାଁ,(ନୟାଗଡ଼ ଦର୍ପଣ):- ରାଜ୍ୟ ସରକାରଙ୍କ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନୟାଗଡ଼ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ବେଳେ ବୁଗୁଡ଼ାରୁ ମନ୍ତ୍ରୀ ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଥିବା ଜଣାଯାଇଛି । ଓଡ଼ଗାଁରେ ନିର୍ମାଣ ହୋଇଥିବା ରାମସାଗର ପାର୍କ ବୁଲି ଦେଖିବା ସହ ଏହାର ବିକାଶ ଉପରେ ଆଲୋଚନା କରିଛନ୍ତି । ସେହିଭଳି ଭାବେ ରଘୁନାଥ ମନ୍ଦିର ବିକାଶ ନିମନ୍ତେ ମନ୍ତ୍ରୀ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ତହସିଲଦାର ବିଜୟୀତା ସାମନ୍ତସିଂହାର, ବିଡିଓ ସ୍ୱାତୀଲେଖା ଦାଶ, ଏନ୍ଏସି ନିର୍ବାହୀ ଅଧିକାରୀ ସ୍ୱାତୀ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ବିଭୂ ପ୍ରସାଦ ସାହୁ ପ୍ରମୂଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଛନ୍ତି ।

Related posts