ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଭାସି ଯୋଗେ ଯୋଡ଼ି ହୋଇଥିବା ସମସ୍ତ ଜିଲ୍ଲାର ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ, ମୃତ ବ୍ୟକ୍ତିଙ୍କ ଅଙ୍ଗଦାନ କରିଥିବା ପରିବାରଙ୍କୁ ଆଜି ସ୍ବାସ୍ଥ୍ୟ ବିଭାଗ ତରଫରୁ “ସୁରଜ୍ ଆୱାର୍ଡ” ସହ ଆର୍ଥିକ ପ୍ରୋତ୍ସାହନ ରାଶି ଡିମାଣ୍ଡ ଡ୍ରାଫ୍ଟ ଆକାରରେ ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲାରେ ଓସ୍ୱାନ ଭିଡିଓ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଶାନ୍ତ କୁମାର ଦାସ, ଡେପୁଟି କଲେକ୍ଟର, ତପତି ରାଜ, ଡିପିଏମ ପ୍ରକାଶ ଚନ୍ଦ୍ର ବାନାର୍ଜୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଏଥିରେ ଯୋଡି ହୋଇଥିଲେ। ନୟାଗଡ଼ ପୁରୁଣା ସହର ସ୍ଥିତ ଦାଣ୍ଡ ସାହିର ସ୍ୱର୍ଗତ ଶିବୁନ ସିଦ୍ଧାର୍ଥ ସାହୁଙ୍କର ଅଙ୍ଗ, ଲିଭର ପ୍ରଦାନ କରିଥିବାରୁ ତାଙ୍କ ମା ଜୟନ୍ତୀ ସାହୁଙ୍କୁ “ସୁରଜ୍ ଆୱାର୍ଡ” ତଥା
୫ଲକ୍ଷ ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଆକାରରେ ପ୍ରୋତ୍ସାହନ ରାଶି ପ୍ରଦାନ
କରାଯାଇଛି । ତାଙ୍କ ସହ ତାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ ।
