ନିଶାମୁକ୍ତ ଭାରତ ଅଭିଯାନର ୫ମ ବର୍ଷ ପୂର୍ତ୍ତି ଉପଲକ୍ଷେ ସମୂହ ଶପଥପାଠ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ନିଶାମୁକ୍ତ ଭାରତ ଅଭିଯାନର ୫ମ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାବ୍ୟାପି ସମୂହ ଶପଥପାଠ ଉତ୍ସବ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଦିବା ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ ନିଶା ସେବନର କୁପରିଣାମ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଅବକାରୀ ଅଧିକ୍ଷକ ଜ୍ଞାନରଂଜନ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ, ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହିତ ବ୍ରହ୍ମକୁମାରୀ ଗୀତା, IRCAର ସମସ୍ତ କର୍ମକର୍ତ୍ତା ଯୋଗଦାନ ପୂର୍ବକ ନିଶା ବିରୁଦ୍ଧରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଏହି ଦିବସ ପାଳନ ଅବସରରେ ଜିଲ୍ଲାର ସମସ୍ତ ବ୍ଲକ ଓ କଲେଜମାନଙ୍କରେ ବିଭିନ୍ନ ରଙ୍ଗୋଲି, ଶପଥ ପାଠ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା । ନିଶାରୁ ମୁକ୍ତି ପାଇଥିବା ୩ଜଣ ବ୍ୟକ୍ତିଙ୍କୁ ଏ ସମ୍ବନ୍ଧୀୟ ପ୍ରଚାର ଓ ପ୍ରସାରରେ ସହଯୋଗ ପାଇଁ ମୁଖ୍ୟ ଅତିଥିଙ୍କ ଠାରୁ ପୁରସ୍କୃତ ହୋଇଥିଲେ । ପରିଶେଷରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ କାମଦେବ ନାୟକ ସମସ୍ତ କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କର ଏ ସଂକ୍ରାନ୍ତରେ ପ୍ରଚାର ଓ ପ୍ରସାର କରିବା ପ୍ରଚେଷ୍ଟାକୁ ଧନ୍ୟବାଦ ଦେଇଥିଲେ।

Related posts