ରଣପୁର, (ନୟାଗଡ଼ ଦର୍ପଣ): ପ୍ରତେକ ଲୋକଙ୍କ ପାଖରେ ଦେଶପ୍ରେମର ବାର୍ତ୍ତା ପହଞ୍ଚାଇବା ପାଇଁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ। ଏହି ପରିପ୍ରେକ୍ଷୀରେ ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାନ୍ଦପୁର ମଣ୍ଡଳରେ ମଣ୍ଡଳ ସଭାପତି ଅକ୍ଷୟ ସାହୁଙ୍କ ନେତୃତ୍ୱରେ ଏକ ବିଶାଳ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶତାଧିକଲୋକ ମୋଟର ସାଇକେଲରେ ହାତରେ ତ୍ରିରଙ୍ଗା ପତାକା ଧରି ଭାରତ ମାତା କି ଜୟ, ବନ୍ଦେ ମାତରଂ ଗାନ କରିଥିଲେ। ଏହି ତ୍ରିରଙ୍ଗା ଶୋଭାଯାତ୍ରାଟି ଚମ୍ପାଗଡ଼ ଛକ ଠାରୁ ବାହାରି ଚାନ୍ଦପୁର ବଜାର ପରିକ୍ରମା କରି କେରେଣ୍ଡାଟାଙ୍ଗୀ ଛକ ପର୍ଯ୍ୟନ୍ତ ଯାଇଥିଲା ଏହି ଶୋଭାଯାତ୍ରାରେ ୨୫୦ ଶହ ମୋଟର ସାଇକେଲ ଓ ୫ ଶହ ରୁ ଉର୍ଦ୍ଧ୍ବ ଲୋକ ସାମିଲ୍ ହେଇଥିଲେ । ଗୋପାଳପୁର ମଣ୍ଡଳରେ ମଣ୍ଡଳ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ରଙ୍କ ନେତୃତ୍ବରେ ୫୦୦ରୁ ଉର୍ଦ୍ଧ୍ବ ଲୋକ ସାମିଲ୍ ହୋଇ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଅଛି । ଏହି ଶୋଭାଯାତ୍ରାରେ ରଣପୁରର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ସାମିଲ୍ ହେଇଥିଲେ । ରଣପୁର ଗ୍ରାମୀଣ ମଣ୍ଡଳରେ ମଣ୍ଡଳ ସଭାପତି ସୁଶାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଦର୍ପନାରାୟଣପୁର ଫାଣ୍ଡି ଠାରୁ ବାହାରି ଦର୍ପନାରାୟଣପୁର ହସ୍ପିଟାଲ ପର୍ଯ୍ୟନ୍ତ ଯାଇଥିଲା। ଏହି ଶୋଭାଯାତ୍ରାରେ ମଧ୍ୟ ଶ୍ରୀମତୀ ପାଢୀ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ପରେଶ ମିଶ୍ର, ଜୟନ୍ତ ନାୟକ, ନିର୍ମଳ କୁମାର ମତ୍ତଗଜସିଂହ, ଗଣେଶ୍ଵର ମାନ୍ଧାତା, ଭାସ୍କର ନାୟକ, ଅଭିଷେକ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ ।
