ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ୭୯ ତମ ସ୍ବାଧିନତା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ୭୯ତମ ସ୍ବାଧିନତା ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର ହୋଇ ଉଡୁଛି ତ୍ରିରଙ୍ଗା। ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇଥିବା ସ୍ବାଧିନତା ଦିବସରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ବରିଷ୍ଠ ବିଚାରପତି ଅଞ୍ଜଳୀ ମଛଖଣ୍ଡ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ତାପରେ ବିଦ୍ଯାଳୟ ପଡିଆରେ ସମ୍ମିଳିତ ଛାତ୍ରଛାତ୍ରୀଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରି ସ୍ବାଧିନତା ଦିବସର ମହାନତା ବିଷୟରେ ଆଲୋକପାତ କରିଥିଲେ । ଆଜିର ଛାତ୍ର କାଲିର ନାଗରିକ। ତେଣୁ ଭଲ ପାଠ ପଢିବା ସହିତ ଭଲ ମଣିଷ ହେବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ସେବାବ୍ରତୀ ଗୁରୁଜୀ ଗୁରୁମା ମାନଙ୍କ ଅକ୍ଳାନ୍ତ ପରିଶ୍ରମରେ ବିଦ୍ଯାଳୟ ମାଟ୍ରିକ ପରୀକ୍ଷା ସହିତ ବିଭିନ୍ନ ବୃତ୍ତି ପରୀକ୍ଷା ଗୁଡିକରେ ପ୍ରତିବର୍ଷ ସର୍ବୋତ୍କୃଷ୍ଟ ସ୍ଥାନ ହାସଲ କରୁଥିବାରୁ ଗୁରୁଜୀ ଗୁରୁମା ମାନଙ୍କୁ ସାଧୁବାଦ ଜଣାଇ ଥିଲେ। ଚଳିତ ବର୍ଷ ଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ପାଳନ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଭାଗନେଇ ଥିଲେ। ଉପ ବରିଷ୍ଠ ବର୍ଗ ଓଡିଆ ଡିବେଟ୍ ରେ ବିଦ୍ଯାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ବବିଜିତା ମହାନ୍ତି ବ୍ଳକ ଓ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲା ବେଳେ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ଆୟୋଜିତ ପ୍ରତିଯୋଗିତା ରେ ବ୍ଳକ୍,ଜିଲ୍ଲା ଓ ରାଜ୍ଯ ସ୍ତରରେ ମଧ୍ଯ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ମୁଖ୍ଯ ଅତିଥି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ବନ୍ଧୁମାନେ ଉପସ୍ଥିତ ଥିଲେ। ଏହି ଉତ୍ସବ ପାଳନ ଉପଲକ୍ଷେ ବିଦ୍ଯାଳୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ଯ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ପରିଶେଷରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ସମସ୍ତଙ୍କୁ ଧନ୍ଯବାଦ ଅର୍ପଣ କରିଥିଲେ।

Related posts