ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ଉତ୍ସବ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ହରେକୃଷ୍ଣ ମୁଦୁଲି, କୃପାସିନ୍ଧୁ କରଣ, ଭଗବାନ ସାହୁ, ଉମା ଚରଣ ତ୍ରିପାଠୀ ଉପସ୍ଥିତ ଥିଲେ। ମୁଖ୍ୟଅତିଥିଭାବେ ଅବସରପ୍ରାପ୍ତ ନୟାଗଡ଼ ମଣ୍ଡଳ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ ଶିଶୁମାନଙ୍କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ଅତିଥି ଶିଶୁମାନଙ୍କୁ ଗୁରୁ ଶିଷ୍ୟ ପାଠ୍ୟକ୍ରମ ସହ ସମ୍ପର୍କକୁ ନେଇ କହିଥିଲେ ତିନିହେଁ ତ୍ରିଭୁଜର ଶୀର୍ଷ ବିନ୍ଦୁ ଅଟନ୍ତି । ଗୁରୁ ଶିଷ୍ୟ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି ଦେଶ ମାତୃକାର ମଙ୍ଗଳ କାମନା ରଖିବା ଉଚିତ୍ ବୋଲି ଆହ୍ବାନ କରିଥିଲେ। ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ରହି ଗୁରୁପୂଜନ କାର୍ଯ୍ୟକ୍ରମକୁ ମହାଆଡମ୍ବରରେ ପାଳନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସରସ ସୁନ୍ଦର ହୋଇଥିଲା।
