ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆଜି ସାରା ଦେଶରେ “ଏକ୍ ପେଡ୍ ମା କେ ନାମ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଦ୍ୟାଳୟ ପାଠପଢ଼ା ସକାଳୁଆ ହୋଇଛି। ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ। ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ସେହି ପରି ସିନ୍ଦୁରିଆ ପଞ୍ଚାୟତ ତରଫରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣକରିଥିଲେ। ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍, ସହକାରୀ ଶିକ୍ଷୟିତ୍ରୀ ମଗ୍ନମ୍ ଜାହାଁ ଓ କ୍ରୀଡ଼ାଶିକ୍ଷକ ଜିତେନ୍ଦ୍ର ଗୁରୁ ପଞ୍ଚାୟତ ଅଧିନରେ ହେଉଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ।
