ରଣପୁର, (ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ମଣ୍ଡଳରେ ଏକ ମଣ୍ଡଳ ସ୍ତରୀୟ ସ୍ଵେଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ରକ୍ତଦାନ ଶିବିରରେ ଆଜି ମୋଟ ୬୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଅଛି। ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଭାରତର ଜସ୍ୱଶୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ “ସେବା ପକ୍ଷ” କାର୍ଯ୍ୟକ୍ରମରେ ଗୋପାଳପୁର ମଣ୍ଡଳରେ ଏହି ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ରକ୍ତଦାନ ଶିବିରରେ ଶହଶହ ଲୋକଙ୍କ ସମାଗମ ହୋଇଥିଲା। ରକ୍ତଦାନ ଶିବିରରେ ମଣ୍ଡଳ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ର, ଜିଲ୍ଲାପରିଷଦ ସଭ୍ୟା ଲଷ୍ମୀପ୍ରିୟା ତରେଇ, ଅଭିଷେକ ସାମନ୍ତରାୟ, ନିର୍ମଳ କୁମାର ମତ୍ତଗଜସିଂହ, ପରେଶ ମିଶ୍ର, ଜୟନ୍ତ କୁମାର ନାୟକ, ଭରତ ରଣସିଂହ, ଗଣେଶ୍ୱର ମାନ୍ଧାତା, ଭାସ୍କର ନାୟକ ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୁପେ ପରିଚାଳନା କରିଥିଲେ।
