ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଏବଂ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟ, କୁରାଳ ଓଡ଼ଗାଁର ବିଦ୍ୟାର୍ଥୀ ମାନେ ନିଜ ମିହାବିଦ୍ୟାଳୟର କିଛି ସମସ୍ୟାକୁ ନେଇ ୬ଦଫା ସମ୍ବଳିତ ଦାବିପତ୍ର ଅଧକ୍ଷଙ୍କୁ ପ୍ରଦାନ କରାଯାଇଛି। ଅଧ୍ୟକ୍ଷଙ୍କ ମାଧ୍ୟମରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଏହି ଦାବିପତ୍ରକୁ ପଠାଯିବ। ୬ଦଫା ଦାବିପତ୍ରରେ ମହାବିଦ୍ୟାଳୟର ପ୍ରତି ପାର୍ଶ୍ଵରେ ପ୍ରାଚୀର ନିର୍ମାଣ, ଛାତ୍ର ସାଧାରଣ କକ୍ଷର ନିର୍ମାଣ, ଶୌଚାଳୟର ଉନ୍ନତି କରଣ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତି, ମହାବିଦ୍ୟାଳୟ ନିମନ୍ତେ ଏକ ଖେଳ ପଡିଆର ନିର୍ମାଣ ଆଦି ବିଷୟ ଉଲ୍ଲେଖ କରାଯାଇଛି। ପ୍ରକାଶ ଥାଉକି ଯେ ମହବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ଦସ୍ତଖତ ଅଭିଯାନ କରାଯାଇ ପ୍ରମୁଖ ଅସୁବିଧା ଗୁଡିକର ସ୍ଥାୟୀ ସମାଧାନ ନିମନ୍ତେ ଦାବି ଉପସ୍ଥାପନ କରାଯାଇଅଛି। ଦାବି ନମାନିଲେ ଆଗାମୀ ଦିନରେ ବଡ଼ ଆନ୍ଦୋଳନ କରାଯିବ ବୋଲି ଛାତ୍ର ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।
ଦଧିବାମନ ସଂସ୍କୃତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମାଧାନ ପାଇଁ ଏବିଭିପିର ଦାବି ପତ୍ର ପ୍ରଦାନ
