ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ କନଫରେନସ୍ ହଲ ଠାରେ ପିଏମ୍ ଧନଧାନ୍ୟ କୃଷି ଯୋଜନା ଓ ଜାତୀୟ ଡାଲିଜାତୀୟ ଫସଲ ମିଶନର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ କୃଷି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସରୋଜ ରଣସିଂହ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଜିଲ୍ଲା କୃଷି ଅସ୍ଵୀକାରୀ ଶିବନାରାୟଣ ସିଂ, କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଡଃ ଅନିଲ ସ୍ବାଇଁ ଏବଂ ବିଭିନ୍ନ ବ୍ଲକରୁ ପ୍ରାୟ ୧୫୦ରୁ ଉର୍ଦ୍ଧ୍ୱ ଚାଷୀ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଶ୍ରୀ ସ୍ୱାଇଁ ଯୋଗ ଦେଇଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ କୃଷି ଜିଲ୍ଲା ଅଧିକାରୀ ଗୌରୀଶଙ୍କର ମିଶ୍ର।
ପିଏମ୍ ଧନଧାନ୍ୟ କୃଷି ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ
