ଜିଲ୍ଲାପାଳଙ୍କ ଅଫିସରେ ରାଷ୍ଟ୍ରୀୟ ଏକତା ଦିବସ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ବିଜୟାନନ୍ଦ ନାୟକ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଉପ ଆରକ୍ଷୀ ଅଧୀକ୍ଷକ(ଦୁର୍ନୀତି ନିବାରଣ) ଅନିରୁଦ୍ଧ ନାୟକ, ଡେପୁଟୀ କଲେକ୍ଟର ତପତି ରାଜ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପଲତା ପାତ୍ର, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ମାମୟୀ ଆଚାର୍ଯ୍ୟ, ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କାର୍ଯ୍ୟକ୍ରମରେ ଯୋଗଦେଇ ଶପଥ ପାଠ କାର୍ଯ୍ୟକ୍ରମକୁ ସାଫଲ୍ୟ କରିଥିଲେ ।

Related posts