ଦଶପଲ୍ଲା,(ନୟାଗଡ଼ ଦର୍ପଣ):- ଆଜି ସକାଳ ୯ଘଣ୍ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଦଶପଲ୍ଲା ନିକଟସ୍ଥ ଭୋଗରା ଛକ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି ।

ପ୍ରାପ୍ତ ସୂଚନା ଅନୁସାରେ ଆଜି ସକାଳ ୯ଘଣ୍ଟା ସମୟରେ ଫୁଲବାଣୀ ପଟୁ ଆସୁଥିବା ଏକ କାର୍ (ଓଡି୧୨ଡି୦୯୩୩ ) ନିଜର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କଦମ୍ବ ଗଛକୁ ଧକ୍କାଦେବା ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ଦଶପଲ୍ଲା ପୋଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।
