ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି କ୍ୟାନସର୍ ପରାମର୍ଶ କକ୍ଷ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ସ୍ପର୍ଶ ହସ୍ପିଟାଲ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଏହି ପରାମର୍ଶ କକ୍ଷ ଖୋଲାଯାଇଥିବା ଜଣାପଡ଼ିଛି। ସପ୍ତାହର ପ୍ରତ୍ୟେକ ଶନିବାର ସ୍ପର୍ଶ ହସ୍ପିଟାଲରୁ କ୍ୟାନସର୍ ସ୍ପେଶାଲିଷ୍ଟ ଡାକ୍ତର ରୋଗୀଙ୍କୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ପର୍ଶ ହସ୍ପିଟାଲ ସିଏମଡି ଡା. ପ୍ରିୟବ୍ରତ ଧିର, ଡିଜିଏମ୍ ଅସିତ୍ କୁମାର ପ୍ରହରାଜ, ଜିଏମ୍ ସୈାମେନ୍ଦ୍ର ମିଶ୍ରଙ୍କ ସହ ସ୍ଥାନୀୟ କର୍ମଚାରୀ ରବୀନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖୋଲିଲା କ୍ୟାନସର୍ ପରାମର୍ଶ କକ୍ଷ
