ସମ୍ବାଦ ପରମ୍ପରା ଓ ନୟାଗଡ ଲାଇଟର ସ୍ୱନକ୍ଷେତ୍ର ଉତ୍ସବ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ରୁ ପ୍ରକାଶିତ ସାପ୍ତାହିକ ଓଡ଼ିଆ ଖବର କାଗଜ ଓ ପାକ୍ଷିକ ଇଂରାଜୀ ଖବର କାଗଜ ର ସ୍ଵନକ୍ଷତ୍ର ଉତ୍ସବ ସ୍ଥାନୀୟ ସାମ୍ବାଦିକ ଭବନ ରେ ଅନୁଷ୍ଠିତ ହୋଇଯାଇଛି।  ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ନୟାଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ  ଜ୍ୟୋତି ରଞ୍ଜନ ସାମନ୍ତରାୟ , ଓଡ଼ିଶା ସାହିତ୍ୟ ଏକାଡେମୀ ର ଜଗତସିଂହପୁର ଜିଲ୍ଲା ସଦସ୍ୟ ଅକ୍ଷୟ କୁମାର ରାଉତ , ଏବଂ ଓଡ଼ଗାଁ ସମବାୟ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ମହମ୍ମଦ ଓମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସଭାପତିତ୍ବ କରିଥିଲେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ । ଅତିଥି ମାନେ ସାମ୍ବାଦିକତା ର ସ୍ୱରୂପ ଓ ସାମ୍ବାଦିକ ର କର୍ତ୍ତବ୍ୟବୋଧ ଉପରେ ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ର ଆୟୋଜନ କରାଯାଇଥିଲା । ହରପ୍ରିୟା ଦ୍ଵିବେଦୀ ଓ କ୍ଷଣପ୍ରଭା କର କବିତା ଗୁଡ଼ିକୁ ସଂଯୋଜନା କରିଥିଲେ । ଅତିଥି ମାନେ ସମ୍ବାଦ ପରମ୍ପରା ଓ ନୟାଗଡ ଲାଇଟ୍ ର ୨୪ ତମ ଖବର କାଗଜ କୁ ଉନ୍ମୋଚନ କରିଥିଲେ । ଏହି ଉତ୍ସବରେ ରଣପୁର ର ସଙ୍ଗୀତ ଗୁରୁ ସତ୍ୟ ନାରାୟଣ ମହାପାତ୍ର ଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରାଯିବା ସହିତ ୮ ଜଣ ପ୍ରତିଭା ଙ୍କୁ ଲାଇଟ୍ ଅଫ ନୟାଗଡ ରେ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ ୬ ଜଣ ପ୍ରତିଭାଙ୍କୁ ସମ୍ବାଦ ପରମ୍ପରା ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା । ସନ୍ଦୀପ କୁମାର ଲେଙ୍କା ନୟାଗଡ ଜିଲ୍ଲା ର ସମ୍ବାଦ ପ୍ରତିନିଧି ଙ୍କୁ ନୟାଗଡ ଲାଇଟ୍ ୨୦୨୫ ରେ ସମ୍ବର୍ଦ୍ଧିତ କରାଯାଇଥିଲା। ଦିନବନ୍ଧୁ ସାହୁ ଙ୍କର କବିତା ପୁସ୍ତକ ଓଁ କାର ପ୍ରସଙ୍ଗ କୁ  ଅତିଥି ମାନେ ଉନ୍ମୋଚନ କରିଥିଲେ । ଏହି କାର୍ଯକ୍ରମ କୁ ସମ୍ବାଦ ପତ୍ର ର ସମ୍ପାଦକ ଡ଼. ନିର୍ମଳ ଚନ୍ଦ୍ର ଶୂରଦେଓ ପରିଚାଳନା କରିଥିଲେ ।

Related posts