ନୟାଗଡ଼, (ନୟାଗଡ଼ ଦର୍ପଣ): ଉଚ୍ଚ ନ୍ୟାୟାଳୟର ମାନ୍ୟବର ନ୍ୟାୟମୂର୍ତ୍ତି ମୁରାହରି ଶ୍ରୀ ରମଣ ନୟାଗଡ଼ର ଅଧିଷ୍ଠାତ୍ରୀଦେବୀ ମା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଆସି ପୂଜାର୍ଚ୍ଚନା କରିବା ସହ ମା’ଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ। ମନ୍ଦିର ପରିସରରେ ମନ୍ଦିର ପରିଚାଳନା କମିଟିର ସଭାପତି ତଥା ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକ ନ୍ୟାୟ ମୂର୍ତ୍ତିଙ୍କ ସହ ତାଙ୍କ ସହଧର୍ମିଣୀଙ୍କୁ ଉତ୍ତରୀୟ ଓ ମା’ଙ୍କ ଫଟୋ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଜିଲ୍ଲା ଦୌରାଜଜ ଆନନ୍ଦ ନାରାୟଣ ମହାରଣା ଓ ଅନ୍ୟାନ୍ୟ ବିଚାରପତିଙ୍କ ସମେତ ଓକିଲ ସଙ୍ଘ ସଭାପତି ଆଇନଜୀବୀ ରଣଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ନ୍ୟାୟ ମୂର୍ତ୍ତି ମା’ଙ୍କ ଦର୍ଶନ କରି ଆନନ୍ଦ ପ୍ରକଟ କରିବା ସଂଗେ ସଂଗେ ମନ୍ଦିର ପରିଚାଳନା ସମ୍ପର୍କରେ ସବିଶେଷ ଖବର ନେଇଥିଲେ।
ମାନ୍ୟବର ନ୍ୟାୟମୂର୍ତ୍ତିଙ୍କୁ ସମ୍ବର୍ଦ୍ଧନା
