ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱ ବିଶୃତ ଜ୍ୟୋତ୍ରିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମ ସ୍ମାରକୀ ଉପଲକ୍ଷେ ସାମନ୍ତ ଚନ୍ଦ୍ର ଶେଖର ସାଂସ୍କୃତିକ ଅନୁଷ୍ଠାନ ନୟାଗଡ଼ ପକ୍ଷରୁ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ଥିବାପଠାଣି ସାମନ୍ତ ଙ୍କ ପ୍ରତି ମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଛି। ଏହି ଅବସରରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଜାତା କୁମାରୀ ସାହୁ ଯୋଗଦେଇ ସାମନ୍ତଚନ୍ଦ୍ର ଶେଖରପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାମ୍ପନ କରିଥିଲେ। ସାଂସ୍କୃତିକ ଅନୁଷ୍ଠାନର ସଦସ୍ୟଙ୍କ ସହ ସଭାପତି ପ୍ରମୋଦ ପଟ୍ଟନାୟକ, ରଣଜିତ ଦାସ, ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟଭୁଷଣ ବିଜୟ ଚୌଧୁରୀ, ବିଶ୍ଵନାଥ ମହାପାତ୍ର, ବାସୁଦେବ ମହାନ୍ତି, ନିର୍ମଳ ଚନ୍ଦ୍ର ସୁରଦେଓ, ପ୍ରତାପ ନନ୍ଦ, ଲକ୍ଷ୍ମୀଧର ସାହୁ, ଦାମୋଦର ସାହୁ, ପୂର୍ଣ୍ଣଚନ୍ଦ୍ର ଶତପଥୀ, ଶ୍ରୀକାନ୍ତ ପଟ୍ଟନାୟକ, ଗୋକୁଳ ଷଡ଼ଙ୍ଗୀଙ୍କ ସମେତ ସଂସ୍କୃତି ପ୍ରେମୀ ଓ ବୁଦ୍ଧିଜୀବୀ ଉପସ୍ଥିତ ହୋଇ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମ ସ୍ମାରକୀ ଅବସରରେ ସ୍ମୁତିଚାରଣ କରି ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ।

