ମାର୍ଚ୍ଚ ୧୫ରୁ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ
ମହୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ, ବରଗଡ଼, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଉ ଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ.୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି ଉପସ୍ଥିତ ନାଟ୍ୟଧାରା ସଦସ୍ୟ ମାନେ ମତ ପ୍ରକାଶ କରିଥିଲେ । ଉଲିଖିତ ରାଜ୍ୟସ୍ତରୀୟ ନାଟ୍ୟମେଳାକୁ ପରିପୂର୍ଣ୍ଣ ଉପଭୋଗ ପୂର୍ବକ ମଞ୍ଚମୁଖି ହେବା ସକାଶେ ନାଟ୍ୟପ୍ରେମୀଙ୍କୁ ନାଟ୍ୟନୁଷ୍ଠାନ ପକ୍ଷରୁ ଆନ୍ତରିକ ନିବେଦନ କରାଯାଇଛି। ଏ ନେଇ ପୁରୁଣା ସହରସ୍ଥିତ ବଡ଼ ମଠ ଠାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନାଟ୍ୟଧରା ନାଟ୍ୟନୁଷ୍ଠାନର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ,ନାଟ୍ୟଭୁଷଣ ଡ. ବିଜୟ କୁମାର ଚୌଧୁରୀ ଓ ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟକାର ବିଶ୍ୱନାଥ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଅନୁଷ୍ଠିତ ହେବାକୁ ଥିବା ନାଟ୍ୟମେଳା ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
.

Related posts