ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ତତକାଳୀନ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କର ନୂଆ ବର୍ଷ ଦିନ ଗଜପତି ଜିଲ୍ଲାକୁ ବଦଳି ହୋଇଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ୨୦୧୫ ବ୍ୟାଚର ଆଇଏଏସ ମଧୁମିତା ରଥଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଥିଲା। ତେବେ ଆଜି ନୂତନ ଜିଲ୍ଲାପାଳ ମଧୁମିତା ରଥ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଦାୟୀତ୍ବ ଗ୍ରହଣ କରିବା ପରେ ପରେ ଜିଲ୍ଲାପାଳ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ କହିଥିଲେଯେ, ଆମ ଜିଲ୍ଲା ଆମର ଗର୍ବ। ମା ଦକ୍ଷିଣକାଳୀ, ଜଗନ୍ନାଥ ଆଶୀର୍ବାଦ ନେଇ ଆମ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ। ସକରାତ୍ମକ ଚିନ୍ତାଧାରା ସହିତ ସମସ୍ତେ ମିଳିମିଶି କାମ କରିବା ପାଇଁ ଆହ୍ୱାନ ଦେଇଥିଲେ। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ସହିତ ଜିଲ୍ଲାର ସାମଗ୍ରୀକ ବିକାଶ ପାଇଁ ଜିଲ୍ଲାବାସୀଙ୍କୁ ଆହ୍ୱାନ ଦେଲେ।
ନୟାଗଡ଼ର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ମଧୁମିତା ରଥ
