ନୟାଗଡ଼ ସୃଜନ ଗୃହରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକର କିଛି ସରପଞ୍ଚ, ଅଙ୍ଗନବାଡି କର୍ମୀ, ମିଶନ ଶକ୍ତିର MBK, CRP ଏବଂ SHG ଗ୍ରୁପର ପ୍ରେସିଡେଣ୍ଟ ଓ ସେକ୍ରେଟାରୀଙ୍କୁ ନେଇ ସାନିଟେସନ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ ଜିଲ୍ଲା ପରିଷଦର ସୃଜନ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ତାଲିମ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଜିଲ୍ଲାପାଳ ମଧୁମିତା ରଥ ଯୋଗଦେଇ ତାଲିମ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ ଏବଂ ନିଜେ ସଫାସୁତୁରା ରହିବା ସହିତ କିପରି ଭାବେ ପଞ୍ଚାୟତକୁ ନିର୍ମଳ ଏବଂ ସରସ ସୁନ୍ଦରଭାବେ ଗଢ଼ିତୋଳି ହେବ ତାହା ଉପରେ ଆଲୋଚନା କରାଯାଇଥିଲା। ନାରୀ ସଶକ୍ତିକରଣ ସହିତ ପରିବେଶର ସ୍ବଚ୍ଛତାର ଦୀର୍ଘ ସ୍ଥାୟୀ କାର୍ଯ୍ୟକ୍ରମ ଉପରେ ଟିପ୍ପଣୀ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

Related posts