ମାତୃହନ୍ତା ପୁଅକୁ ବାନ୍ଧିଲା ଗଣିଆ ପୋଲିସ

ଗଣିଆ, (ନୟାଗଡ଼ ଦର୍ପଣ): ଗଣିଆ ଥାନା କରଡାପଡା ପଞ୍ଚାୟତ କଳାଶିମିଳି ଗ୍ରାମରେ ଶନିବାର ଦିନ ବୃଦ୍ଧା ମାକୁ ମାରିଥିବା ମାତୃହନ୍ତା ପୁଅକୁ ରବିବାର ଦିନ ଅଦାଲତ ଚାଲାଣ କରିଛି ଗଣିଆ ପୋଲିସ । ସୁଚନଥାଉକି କଳାଶିମିଳି ଗ୍ରାମର ରବିନ୍ଦ୍ର ବାରିକିଙ୍କ ସ୍ତ୍ରୀ ସୁକାନ୍ତି ଦେଇ(୫୨)ଙ୍କୁ ତାଙ୍କ ଏକମାତ୍ର ପୁଅ କୁନା ବାରିକି ବାଡ଼େଇ ମାରିଦେଇଥିବା ଥାନାରେ ଅଭିଯୋଗ କରିଥିଲେ ।

ବାପା ଖଣ୍ଡପଡ଼ାକୁ କାମ କରିବା ପାଇଁ ଯାଇଥିବା ବେଳେ ପୁଅ ବିଭିନ୍ନ ସମୟରେ ମାକୁ ମାରଧର କରୁଥିଲା । ଏପରିକି ବିଭିନ୍ନ ସମୟରେ ଗ୍ରାମବାସୀ ମଧ୍ୟ ସମାଧାନ କରୁଥିଲେ । କିନ୍ତୁ ପୁଅ ସବୁବେଳେ ମଦ ପିଇ ମା ସହିତ ପାଟିତୁଣ୍ଡ କରୁଥିଲା । ଶୁକ୍ରବାର ଦିନ ମାଆକୁ ବାଡେଇଥିବା ଗ୍ରାମବାସୀ ମାନେ କହିଛନ୍ତି । ଏପରିକି ସନ୍ଧ୍ୟା ବେଳେ ମାଆକୁ ଘରକୁ ଠେଲି ଠେଲି ନେଇ କବାଟ ଭିତର ପଟୁ ବନ୍ଦ କରି ଦେଇଥିଲା।

ସକାଳୁ କବାଟ ନ ଖୋଲିବାରୁ ଗ୍ରାମବାସୀ ସନ୍ଦେହ କରି ଗଣିଆ ଥାନାକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା, ଏଏସଆଇ ସାହା ଆଲାମ୍ ଖାଁ ଓ ପୁଲିସ କର୍ମଚାରୀ ପହଞ୍ଚି ଶବକୁ ଜବତ କରିବା ସହିତ ତଦନ୍ତ କରିଥିଲେ ।ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ କରିଥିଲେ। ତେବେ ଗଣିଆ ଥାନା ତତଫରୁ କେସ ନମ୍ବର ୩/୨୬ରେ ଏକ ମାମଲା ରୁଜୁ କରି ରବିବାର ଦିନ ଅପରାହ୍ନରେ ଦଶପଲ୍ଲା ଅଦାଲତକୁ ସ୍ଥାନାନ୍ତରିତ କରିଥିବା ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା ସୂଚନା ଦେଇଛନ୍ତି ।

Related posts