ମାତୃଭାଷାର ଉନ୍ନତି ବିନା ସଂସ୍କୃତି ବଞ୍ଚିବା ଅସମ୍ଭବ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ପ୍ରମୁଖ ଅନୁଷ୍ଠାନ ପରମ୍ପରା, ଜିଲ୍ଲା ଲେଖକ ପରିଷଦ, ମୈତ୍ରୀ ଯୁବ ସଂସଦ,ମା ଫାଉଣ୍ଡେସନ, ଆର୍ଟ ପଏଣ୍ଟ ଏବଂ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସ୍ମୃତି ସଂସଦ ତରଫରୁ ମୈତ୍ରୀ ଯୁବ ସଂସଦରେ ବିଶ୍ଵ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ପରମ୍ପରାର ସମ୍ପାଦକ ଡ଼. ନିର୍ମଳ ଚନ୍ଦ୍ର ଶୂରଦେଓଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ସମାଜସେବୀ ପ୍ରମୋଦ ପଟ୍ଟନାୟକ ନୟାଗଡ ଜିଲ୍ଲା ଲେଖକ ପରିଷଦର ସଭାପତି ପ୍ରଧନୀ ବୃନ୍ଦାବନ ମହାପାତ୍ର ଓ ରଘୁନାଥ ସମବାୟ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମହମ୍ମଦ ଓମାର ମଲିକ୍ ଅତିଥି ରୂପେ ଯୋଗଦେଇ ମାତୃଭାଷାର ଉନ୍ନତି ଓ ପ୍ରସାର ଦିଗରେ ନିଜନିଜର ବକ୍ତବ୍ୟ ରଖିଥିଲେ। ଅତିଥିମାନେ ପ୍ରକାଶ କରିଥିଲେ କି ମାତୃଭାଷାର ଉନ୍ନତି ବିନା ସଂସ୍କୃତି ବଞ୍ଚିବା ଅସମ୍ଭବ।  ଏହି ଅବସରରେ ଏକ କବିତା ପାଠୋତ୍ସବର ଆୟୋଜନ କରାଯାଇଥିଲା।  କବିତା ଗୁଡ଼ିକୁ ସ୍ନିଗ୍ଧାରାଣୀ ପଟ୍ଟନାୟକ ଓ ମମତା ମଞ୍ଜରୀ ଦେବୀ ସଂଯୋଜନା କରିଥିଲେ। ଶେଷରେ ପ୍ରଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Related posts