ଶିକ୍ଷା ବର୍ଷ  ୨୦୨୬-୨୭ ପାଇଁ ଶିଶୁ ବାଟିକା ପିଲାଙ୍କୁ ଜିଲ୍ଲାପାଳଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନ

ନୟାଗଡ଼, (ନୟାଗଡ଼ ଦର୍ପଣ): ବିକଶିତ ଓଡ଼ିଶା ଗଠନ ପାଇଁ ଗୁଣାତ୍ମକ ଶିକ୍ଷା ନିତାନ୍ତ ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ  ଶିଶୁ ବାଟିକାରେ ୫ ବର୍ଷରୁ ଅଧିକ ବୟସର ପିଲାମାନଙ୍କ ପାଇଁ ଆସନ୍ତା ଅପ୍ରେଲ ୨ ତାରିଖରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଆୟୋଜିତ ନିମନ୍ତ୍ରଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ପଶ୍ଚିମ ଟାଉନ୍ ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଇବା ପାଇଁ ଏମ୍ ଆଇ କଲୋନୀର ପିଲାମାନଙ୍କୁ ଜିଲ୍ଲାପାଳ ମଧୁମିତା ରଥ ନିମନ୍ତ୍ରଣ ପତ୍ର ବଣ୍ଟନ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଅଭିଭାବକଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ପିଲାମାନଙ୍କୁ ବିଦ୍ୟାଳୟରେ ନାମଲେଖାଇବା ପାଇଁ ପ୍ରୋତ୍ସାହିତ କରିବା ସହିତ ପିଲାମାନଙ୍କୁ ଗୋଲାପ ଫୁଲ ଓ ଚକୋଲେଟ୍ ଦେଇ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନେଶ୍ଵର ସେଠୀ ଓ ପ୍ରଧାନ ଶିକ୍ଷୟିତ୍ରୀ ନିରୁପମା ସେଠୀ ପ୍ରମୁଖ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ।

Related posts