ଅନନ୍ୟା ଫାଉଣ୍ଡେସନ୍ ତରଫରୁ ରନ୍ଧା ଖାଦ୍ୟ ବଣ୍ଟନ

ନୟାଗଡ଼,(ନୟାଗଡ଼ ଦର୍ପଣ):- ଅନନ୍ୟା ଫାଉଣ୍ଡେସନ୍ ତରଫରୁ ଆଜି ପାଣିପୋଇଲାସ୍ଥିତ ମଦର ଆବାସିକ ବିଦ୍ୟାଳୟର ଅନାଥ ଆଶ୍ରମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଏନସିସି-୧୧ର ସହଯୋଗ ରହିଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ଅନନ୍ୟା ଫାଉଣ୍ଡେସନ ସଦସ୍ୟଙ୍କ ତରଫରୁ ଆଶ୍ରମରେ ରହୁଥିବା ପିଲାମାନଙ୍କ ଭିତରେ କିଛି ମନୋରଞ୍ଜନ କାର୍ଯ୍ୟକ୍ରମ କରା ଯାଇଥିଲା ଓ ପରେ ଆଶ୍ରମର ଅନ୍ତେବାସୀଙ୍କ ସହ ଅନନ୍ୟା ଫାଉଣ୍ଡେସନର ସଦସ୍ୟମାନେ ମିଶି ମଧ୍ୟାହ୍ନ ଭୋଜନ କରିଥିଲେ। ସୂଚନାଯୋଗ୍ୟ ଯେ ଗତ କିଛି ସପ୍ତାହ ଧରି ଅନନ୍ୟା ଫାଉଣ୍ଡେସନ ତରଫରୁ ବିଭିନ୍ନ ବୃଦ୍ଧାଶ୍ରମ ଓ ଅନାଥ ଆଶ୍ରମରେ ଖାଦ୍ୟ ବଣ୍ଟନ ଜାରି ରହିଛି। ପୂର୍ବ ସପ୍ତାହରେ ପଥରା ଓ ସୁନାଖଳା ବୃଦ୍ଧାଶ୍ରମରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ଆଗାମୀ ଦିନରେ ମଧ୍ୟ ନୟାଗଡ଼ର ସମସ୍ତ ବୃଦ୍ଧାଶ୍ରମ ଓ ଅନାଥ ଆଶ୍ରମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।

Related posts