ନୟାଗଡ଼,(ନୟାଗଡ଼ ଦର୍ପଣ ବ୍ୟୁରୋ):- ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ସ୍କୁଲ ଓ କଲେଜ୍ ଖୋଲିବା ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ସୋମବାରଠୁ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ଖୋଲିବ। ଏହା ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ଏହା ପ୍ରଯ୍ୟୁଜ୍ୟ। ଜୁଲାଇ ୨୬ ସୋମବାରଠାରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲିବ। ସକାଳ ୧୦ଟାରୁ ଦିନ ୧ ପର୍ଯ୍ୟନ୍ତ କାର୍ଯ୍ୟନିର୍ଘଣ୍ଟ ସ୍ଥିର କରାଯାଇଛି। ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ଏକାଦଶ ଶ୍ରେଣୀ ପାଇଁ ସେପ୍ଟେମ୍ବର ୧୫ତାରିଖରୁ ପାଠପଢ଼ା ଆରମ୍ଭ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଏହି ନିୟମ କାର୍ଯ୍ୟକାରୀ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଏସ୍ଓପି ଜାରି ହେବ। ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍କୁଲ ସାନିଟାଇଜେସନ୍ ହେବ ଏବଂ ଛାତ୍ରଛାତ୍ରୀମାନଙ୍କୁ ସ୍ବତନ୍ତ୍ର ଭାବେ ବ୍ୟବସ୍ଥା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ପକ୍ଷରୁ ସୂଚନା ଦେଇଛନ୍ତି।
୨୬ରେ ଖୋଲିବ ସ୍କୁଲ
