ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ନୟାଗଡ଼ରେ ସାମ୍ବାଦିକ ସମ୍ମିଳନୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବ “ବିକାଶର ଧାରା ଓଡ଼ିଶା ସାରା-୨୦୨୬” ପାଳନ ଅବସରରେ ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍ ସମୟରେ ନୟାଗଡ଼ ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମାନ୍ୟବର ପ୍ରଭାରୀ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଖଣ୍ଡପଡ଼ା ବିଧାୟକ ଇଂ. ଦୁଷ୍ମନ୍ତ କୁମାର ସ୍ୱାଇଁ ଓ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ଉପସ୍ଥିତ ରହିଥିଲେ।


ଏହି ଅବସରରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ବିକାଶମୂଳକ କାର୍ଯ୍ୟକ୍ରମ, ବିଭିନ୍ନ ଜନକଲ୍ୟାଣ ଯୋଜନା ଏବଂ ଆଗାମୀ ଦିନରେ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଗ୍ରହଣ କରାଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାର ସମସ୍ତ ସ୍ତରର ସାମ୍ବାଦିକ, ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଏବଂ ପଞ୍ଚାୟତୀରାଜ ପ୍ରତିନିଧି (PRI Members) ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। “ବିକାଶର ଧାରା ଓଡ଼ିଶା ସାରା” ସ୍ଲୋଗାନକୁ ଆଧାର କରି ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଜନସାଧାରଣଙ୍କ ସହ ଅଧିକ ସମନ୍ୱୟ ସ୍ଥାପନ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି ମତ ପ୍ରକାଶ ପାଇଥିଲା।

Related posts