ନୟାଗଡ଼,(ନୟାଗଡ଼ ଦର୍ପଣ): ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧକ୍ଷତାରେ ଦିବା ୧୦ ଘଟିକା ସମୟରେ ଓସ୍ୱାନ ସଭାକକ୍ଷରେ ଅନୁଷ୍ଠିତ ହୋଇ ଯାଇଅଛି। ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତ ସଦସ୍ୟ ମାନଙ୍କୁ ସ୍ଵାଗତ ଜଣାଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହି ଯୋଗ ଦିବସ ଗ୍ରାମ ପଞ୍ଚାଯତ, ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟରେ ଏକା ସାଙ୍ଗରେ ଅନୁଷ୍ଠିତ ହେବାକୁ ସ୍ଥିରୀକୃତ ହୋଇଅଛି। ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଜନସାଧାରଣ ଯେପରି ଭାଗ ନେଇ ପାରିବେ ସେ ଉପରେ ଜିଲ୍ଲାପାଳ ସମସ୍ତ ସଦସ୍ୟଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। କାର୍ଯ୍ୟକ୍ରମଟି ଆସନ୍ତା ତା ୨୧ ଜୁନ ୨୦୨୬ ରିଖ ପ୍ରାତଃ ୦୬ ଘଟିକାରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସୁଥିବା ବ୍ୟକ୍ତି ବିଶେଷଙ୍କର ନାମ ପଞ୍ଜୀକୃତ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଗଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରରେ ୫୦୦ ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ଜିଲ୍ଲାପାଳ ଆଶା ବ୍ୟକ୍ତ କରିଛନ୍ତି । ଜିଲ୍ଲାସ୍ତରୀୟ ଯୋଗ ଦିବସ ନୟାଗଡ ସ୍ଵୟଂଶାସିତ ମହାବିଦ୍ୟାଳୟରେ ପାଳନ କରାଯିବା ପାଇଁ ନିଷ୍ପତି ନିଆ ଗଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ -ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଯୋଗ ଦେଇଥିଲେ । ବୈଠକକୁ ନିମନ୍ତ୍ରିତ ହେଇଥିବା ଯୋଗ ପ୍ରଶିକ୍ଷକ ମାନେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ । ଶେଷରେ ଜିଲ୍ଲା କ୍ରୀଡା ଅଧିକାରୀ ସୁଜାତା କୁମାରୀ ସାହୁ ଧନ୍ୟବାଦ ଅର୍ପଣ କରିବା ସହ ସଭାସାଙ୍ଗ କରାଯାଇଥିଲା ।
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
