ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱ ଯୋଗ ଦିବସ ଅବସରରେ ରବିବାର ନୟାଗଡ଼ ଅଟୋନମସ ମହାବିଦ୍ୟାଳୟ ପରିସରରେ ଡାଇମଣ୍ଡ ଜୁବୁଲି ହଲରେ ଜିଲ୍ଲାସ୍ତରୀୟ ଯୋଗ ଶିବିର ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଯୋଗ ମହୋତ୍ସବ ସମିତିର ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଅଧିକାରୀ, କର୍ମଚାରୀ ଓ ଯୋଗପ୍ରେମୀ ଅଂଶଗ୍ରହଣ କରିଥିଲେ।
ଏହି ଅବସରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜ୍ୟୋତିରଞ୍ଜନ ସାମନ୍ତରାୟ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ନୟାଗଡ଼ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରିଣୀ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ ପ୍ରମୁଖ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ।
ଯୋଗ ମାଧ୍ୟମରେ ଶାରୀରିକ ଓ ମାନସିକ ସୁସ୍ଥତା ହାସଲ କରାଯାଇପାରିବ ବୋଲି ବକ୍ତାମାନେ ମତପ୍ରକାଶ କରିଥିଲେ। ନିୟମିତ ଯୋଗାଭ୍ୟାସକୁ ଦୈନନ୍ଦିନ ଜୀବନର ଏକ ଅଂଶ କରିବାକୁ ଉପସ୍ଥିତ ଅତିଥିମାନେ ଆହ୍ୱାନ ଦେଇଥିଲେ। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିବାବେଳେ ନୟାଗଡ଼ ଯୋଗ ମହୋତ୍ସବ ସମିତି ପକ୍ଷରୁ ସମସ୍ତଙ୍କୁ ସହଯୋଗ ପାଇଁ କୃତଜ୍ଞତା ଜଣାଯାଇଥିଲା।

