ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍କୁଲରେ ଶିକ୍ଷକ ଅଭାବ ସମେତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଓଡ଼ଗାଁ ବ୍ଲକ୍ ମଗରବନ୍ଧ ପଞ୍ଚାୟତର ବାଲିତଇଲା ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ।
ଘଟଣା ସମ୍ପର୍କରେ ଅବଗତ ହେବା ପରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ତୁରନ୍ତ ଧାରଣାସ୍ଥଳରେ ପହଞ୍ଚିଥିଲେ। ସେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ଅବଗତ ହୋଇଥିଲେ।
ଏହାପରେ ଇଂ. ପଟ୍ଟନାୟକ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ସହ ଆଲୋଚନା କରି ସମସ୍ୟାର ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ପରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପାଣ୍ଡେ ମଧ୍ୟ ଧାରଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ।
ଆଲୋଚନା ପରେ ବିଦ୍ୟାଳୟର ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା। ସମସ୍ୟାର ସମାଧାନ ହେବା ପରେ ଧାରଣାରେ ବସିଥିବା ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଧାରଣାରୁ ଓହରିଥିଲେ। ଏଥିପାଇଁ ସେମାନେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।
ଧାରଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
