ନୟାଗଡ଼, (ନୟାଗଡ଼ ଦର୍ପଣ): ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ଇଟାମାଟି ରେ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା, ବିଶିଷ୍ଟ ସଂଗ୍ରାହକ, ସାରସ୍ୱତ ସାଧକ ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ଚାରଣ ସଭା ରେ ସଂଯୋଜନା କରିଥିଲେ ଶିକ୍ଷୟିତ୍ରୀ ଚିନ୍ମୟୀ ନାୟକ। କାର୍ଯ୍ୟକ୍ରମ ଆରମ୍ଭ ରୁ ସଂସ୍କୃତ ଶିକ୍ଷକ ଶ୍ରୀହର୍ଷ ମହାପାତ୍ର ବେଦମନ୍ତ୍ର ପାଠ କରିଥିବା ବେଳେ ଶିକ୍ଷକ କିଶୋର ଚନ୍ଦ୍ର ପଣ୍ଡା,ଶରତ ଚନ୍ଦ୍ର ଆଚାର୍ଯ୍ୟ,ଶିକ୍ଷୟିତ୍ରୀ ହରପ୍ରିୟା ଦ୍ୱିବେଦୀ, ପ୍ରମୁଖ ଦାସିଆ ଅଜାଙ୍କ ତ୍ୟାଗ, ନିଷ୍ଠା, ସମର୍ପଣ ସହ ତାଙ୍କ ଜୀବନର କୃତି ଓ କିର୍ତ୍ତୀ ବିଷୟରେ ଆଲୋଚନା କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦାସିଆ ଅଜାଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ବିଭୂତି ଭୂଷଣ ସାହୁ, ଦେବସ୍ମିତା ନାୟକ, ଆଦିତ୍ୟ ପ୍ରସାଦ ଦାସ, ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ,ରୋଜାଲିନ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷକ ସରୋଜ କୁମାର ମହାନ୍ତି।
ବିଦ୍ୟାଳୟ ରେ ପାଳିତ ହେଲା ଦାସିଆ ଅଜାଙ୍କ ଶ୍ରାଦ୍ଧ ଦିବସ
