ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ମାଇଁ ଭାରତ, ନୟାଗଡ଼ ଆନୁକୂଲ୍ୟରେ ଖଣ୍ଡପଡ଼ାସ୍ଥିତ ପଠାଣୀ ସାମନ୍ତ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହା ସହିତ ମାଇଁ ଭାରତର ଯୁବ ସ୍ୱେଚ୍ଛାସେବୀ ତଥା ଯୁବ ସମାଜସେବୀ ସଂଗ୍ରାମ କେଶରୀ ଜେନା ଉପସ୍ଥିତ ଥିଲେ।

ଏହି ଅବସରରେ ଦେଶ ଗଠନରେ ଯୁବପିଢ଼ିଙ୍କ ସକ୍ରିୟ ଅଂଶଗ୍ରହଣ ଓ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଅତିଥିମାନେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୀବନୀ, ଆଦର୍ଶ ଓ ଦେଶ ପ୍ରତି ତାଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ‘ବିକଶିତ ଭାରତ ୨୦୪୭’ର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏଥିସହ VBYLD କୁଇଜ୍‌ରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ଓ ପଞ୍ଜୀକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଯୁବପିଢ଼ିଙ୍କ ଭୂମିକା ଓ ଅବଦାନ ଉପରେ ବିଶେଷ ଭାବେ ଆଲୋଚନା କରାଯାଇଥିଲା।

Related posts