ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍‌ର ଆକ୍ୱାଗାର୍ଡ ଉପହାର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ, କ୍ରିଦାଶପୁରକୁ ନୟାଗଡ଼ ରୋଟାରୀ କ୍ଲବ୍ ପକ୍ଷରୁ ଏକ ଆକ୍ୱାଗାର୍ଡ ପ୍ରଦାନ କରାଯାଇଛି। ରୋଟାରୀ କ୍ଲବ୍ ସଭାପତି ଶ୍ରୀ ବାସୁଦେବ ସାହୁ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଅନ୍ତର୍ଯ୍ୟାମୀ ପତିଙ୍କୁ ଆକ୍ୱାଗାର୍ଡ ହସ୍ତାନ୍ତର କରିଥିଲେ। ଏହି ଅବସରରେ ରୋଟାରୀ କ୍ଲବ୍‌ର ବରିଷ୍ଠ ସଦସ୍ୟ ଶ୍ରୀ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ପୂର୍ବତନ ସମ୍ପାଦକ ଶ୍ରୀ ଅବିନାଶ ସାହୁ ଏବଂ ବିଦ୍ୟାଳୟ ପକ୍ଷରୁ ଶ୍ରୀ ଲକ୍ଷ୍ମୀଧର ମହାପାତ୍ର ଓ ଶ୍ରୀ ଚିତ୍ତରଞ୍ଜନ ପଣ୍ଡା ଉପସ୍ଥିତ ଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇବା ଦିଗରେ ରୋଟାରୀ କ୍ଲବ୍‌ର ଏହି ପଦକ୍ଷେପକୁ ବିଦ୍ୟାଳୟ ପକ୍ଷରୁ ସ୍ୱାଗତ କରାଯିବା ସହ କ୍ଲବ୍‌ର ସଦସ୍ୟମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

Related posts