ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଶପଥ ପାଠ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ, ଓଡିଶା ସରକାର ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସକାଳ ଘ.୧୦. ୫୦ମି. ସମୟରେ ଉପସ୍ଥିତ ଥିବା ସମସ୍ତ ସଦସ୍ୟ ତଥା ଆଭାସୀ ମାଧ୍ୟମରେ ସମସ୍ତ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ l

ଏହି ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ଓସ୍ୱାନ କକ୍ଷରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟାନନ୍ଦ ନାୟକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁବାଷ ଚନ୍ଦ୍ର ପଣ୍ଡା, ସମସ୍ତ ଡେପୁଟି କଲେକ୍ଟର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଆଦି ଉପସ୍ଥିତ ରହି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାଧୁତାର ଶପଥ ପାଠ କରିଥିଲେ l

ଦୁର୍ନୀତିକୁ ଦୂର କରିବା ସହ ସରକାରୀ କାର୍ଯ୍ୟରେ ସଚ୍ଚୋଟତା, ନିରପେକ୍ଷତା ଓ ସ୍ବଚ୍ଛତା ବଜାୟ ରଖିବା ଏବଂ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ କରିବା ଦିଗରେ ସମସ୍ତେ ନିଜ ନିଜର ଦାୟିତ୍ବ ସଠିକ ଭାବେ ସମ୍ପାଦନ କରିବାକୁ ଏହି କାର୍ଯ୍ୟକ୍ରମ ମାଧ୍ଯମରେ ଆହ୍ବାନ ଦିଆଯାଇଥିଲା ।

Related posts