ନୟାଗଡ଼ରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର, ୧୨୮ଟି ଅଭିଯୋଗ ଗ୍ରହଣ, ୪୪ଟିର ତତ୍କାଳ ସମାଧାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ସମାଧାନ ଲକ୍ଷ୍ୟରେ ଆଜି ନୟାଗଡ଼ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ ମଧୁମିତା ରଥ ଏବଂ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଏଥିସହିତ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ  ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରୀ ଯୋଗଦେଇଥିଲେ।
ଶିବିରରେ ମୋଟ ୧୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୪୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଥିବା ସୂଚନା ମିଳିଛି।

ଅଭିଯୋଗର ବିବରଣୀ:

– ବ୍ୟକ୍ତିଗତ ଅଭିଯୋଗ – ୧୦୨ଟି
– ଗ୍ରାମ ସମସ୍ୟା – ୦୮ଟି
– ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF) – ୧୮ଟି
– ରେଡ୍‌କ୍ରସ୍‌ ସମ୍ବନ୍ଧୀୟ – ୦୦ଟି
– ମୋଟ ଅଭିଯୋଗ – ୧୨୮ଟି
– ତତ୍କାଳ ସମାଧାନ – ୪୪ଟି

ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଏଭଳି ଜନଶୁଣାଣି ଶିବିର ପ୍ରଶାସନ ଓ ଜନସାଧାରଣଙ୍କ ମଧ୍ୟରେ ସିଧାସଳଖ ଯୋଗାଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଛି।

Related posts