ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ନୟାଗଡ଼ ବ୍ଲକସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦୁରିଆଠାରେ ଅନୁଷ୍ଠିତ ହୋଇଛି। ବ୍ଲକର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ୩୫ଜଣ ଛାତ୍ର ଛାତ୍ରୀ ଗୀତାର ଷଷ୍ଠ ଅଧ୍ୟାୟକୁ ଆବୃତ୍ତି କରିଥିଲେ। ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥିଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ଯୋଗଦେଇ ଗୀତା ଅଭ୍ୟାସ ହିଁ ଜୀବନର ବ୍ରତ ହେବା ଉଚିତ୍ ବୋଲି କହିବା ସହ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ଯକ୍ରମ ସଂଯୋଜକଭାବେ ଅଧ୍ୟାପକ ଡଃ ସନ୍ତୋଷ କୁମାର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଉଦ୍ଘାଟକ ଭାବେ ଜିଲ୍ଲା କାର୍ଯ୍ୟ କାରିଣୀସଦସ୍ୟ ସର୍ବେଶ୍ୱର ପଟ୍ଟନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନପୂର୍ବକ ଉଦ୍ଘାଟନ କରିଥିଲେ। ବିଚାରକ ଭାବେ ସଂସ୍କୃତ ଶିକ୍ଷୟିତ୍ରୀ ଲକ୍ଷ୍ମୀ ପ୍ରିୟା ନାୟକ, ସୁନୀତା ପ୍ରଧାନ,ଲକ୍ଷ୍ମୀ ଚନ୍ଦନା ବିଶ୍ଵାଳ ଓ ରଶ୍ମି ରଞ୍ଜିତା ବେହେରା ପ୍ରମୁଖ ଯୋଗଦେଇ ପ୍ରତିଯୋଗିତା ପରିଚାଳନା କରିଥିଲେ। ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଥିବା ପ୍ରତିଯୋଗୀ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିଲେ।ଶେଷରେ ସାମୁହିକ ଶାନ୍ତି ପାଠ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଓ ଅଭିଭାବକ ମାନେ ପୂର୍ଣ୍ଣ ସହଯୋଗ କରିଥିଲେ।
ପ୍ରଜ୍ଞାନ ମିଶନ ଆନୁକୁଲ୍ୟରେ ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଆୟୋଜିତ
