ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ସିଜିନ-୪ ପ୍ରତିଯୋଗିତାର ବ୍ଳକସ୍ତରୀୟ ଅଡିସନ ଗଣିଆରେ ଆସନ୍ତା ୨୨ ତାରିଖ ରବିବାର ଦିନ ଗଣିଆ ବ୍ଲକ ଶିକ୍ଷକ ଭବନରେ ପୂର୍ବାହ୍ନରେ ୧୧ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ପ୍ରତିଯୋଗିତାରେ ଭାଗ ନେଇ ପାରିବେ। ପ୍ରତିଯୋଗୀ ମାନେ ସକାଳ ୧୦ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ। ଏନେଇ ‘ସଙ୍ଗୀତଧାରା’ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବରିଷ୍ଠ ସଦସ୍ୟ ତଥା କଣ୍ଠଶିଳ୍ପୀ ନବକିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ। ଏହି ପ୍ରସ୍ତୁତି ବୈଠକରେ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀଙ୍କ ସମେତ ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ପ୍ରଶାନ୍ତ କୁମାର ଦାଶ, ଉପ ସଭାପତି ଲକ୍ଷ୍ମୀଧର ମହାପାତ୍ର, ସଂଯୋଜକ ଲକ୍ଷ୍ମୀଧର ସାହୁ, ଜୟଶ୍ରୀ ଦେବୀ, ପ୍ରଶାନ୍ତ ପଟ୍ଟନାୟକ, ଅଶୋକ ମଲ୍ଲ,ଗୋପୀନାଥ ସେଠି, ପ୍ରଦୀପ୍ତ ଡାକୁଆ, ରବୀନ୍ଦ୍ର କୁମାର ସାହୁ, ମାଧବ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।
ଭକ୍ତିସଙ୍ଗୀତ ପ୍ରତିଯୋଗିତା ସିଜିନ-୪, ୨୨ରେ ଗଣିଆ ବ୍ଲକ ଅଡିସନ
