ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ଅଭିଯାନର ଶୁଭାରମ୍ଭ ଓ ସଚେତନତା ରାଲି

ନୟାଗଡ଼,(ନୟାଗଡ଼ ଦର୍ପଣ): ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନ ଅବସରରେ ଆଜି ସକାଳ ୮ ଘଟିକା ସମୟରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଓ ସଚେତନତା ରାଲି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ, ଜିଲ୍ଲା ମହିଳା ସଶକ୍ତିକରଣଙ୍କ ମିଳିତ ଉଦ୍ୟମରେ ସଫଳତାର ସହ ଆୟୋଜିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଡେପୁଟି କଲେକ୍ଟର ତପତି ରାଜ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ପୋଲିସ ବିଭାଗ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ତଥା ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଏଥିରେ ପ୍ରାୟ ୪୦୦ ଜଣ ଅଂଶଗ୍ରହଣକାରୀ, ଯେଉଁଥିରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ ହୋଇଥିବା ସଚେତନତା ରାଲି ଶ୍ରୀ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇ ପୁନର୍ବାର କାର୍ଯ୍ୟାଳୟକୁ ଫେରିଥିଲା। ଏହି ରାଲି ମାଧ୍ୟମରେ ମହିଳା ଓ ବାଳିକାଙ୍କ ସୁରକ୍ଷା, ସମାନ ଅଧିକାର, ସମ୍ମାନ ଏବଂ ଲିଙ୍ଗଭିତ୍ତିକ ହିଂସାର ନିରାକରଣ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା।
ମହିଳା ଓ ବାଳିକାଙ୍କ ପାଇଁ ଏକ ସୁରକ୍ଷିତ, ସମ୍ମାନଜନକ ଓ ହିଂସାମୁକ୍ତ ସମାଜ ଗଠନ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

Related posts