ନୂଆଗାଁ(୦୧/୦୮): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମହିପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉତ୍କଳ ଘଣ୍ଟ ଯଦୁମଣି ମହାପାତ୍ର, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାସ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ବିଦ୍ୟାଳୟ ପରିସରରେ ପ୍ରତିମୂର୍ତ୍ତି ଗୁଡିକ ସ୍ଥାପିତ ହେବା ଦ୍ବାରା ଛାତ୍ରଛାତ୍ରୀ ମହାପୁରୁଷମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବେ ବୋଲି ଦଶପଲ୍ଲା ବିଧାୟକ କହିଥିଲେ। ଏହି ଅବସରରେ ସମ୍ମାନୀତ ଅତିଥିଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ସାଂସଦଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ବ୍ଲକ୍ ପ୍ରତିନିଧି ବିଜୟ କୁମାର ଶାସମଲ୍, ସରପଞ୍ଚ ମାଳତି ସାହୁ, ଯୁବ ସଂଗଠକ ସଞ୍ଜୟ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ବିଦ୍ୟାଳୟ ପରିସରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
