ନୟାଗଡ଼,(୦୮/୦୮):- ସ୍ୱାସ୍ଥ୍ୟସେବାକୁ ସୁଧାର ଆଣିବାକୁ ରାଜ୍ୟ ସରକାର ଉଦ୍ୟମ କରି ଚାଲିଥିବା ବେଳେ ଅନ୍ୟାନ୍ୟ ବ୍ୟବସ୍ଥା ସହ ଏବେ ନିଯୁକ୍ତି ପ୍ରକିୟା ମଧ୍ୟ ଜୋରଦାର କରି ଚାଲିଥିବା ଜଣାପଡ଼ିଛି । ନୟାଗଡ଼ ଜିଲ୍ଲାରେ ଗତ ସପ୍ତାହରେ ୧୧୪ ଜଣ ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ପାଇବା ସହ ସେମାନେ ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ ଯୋଗ ଦେଇଛନ୍ତି। ନୟାଗଡ଼ ଜିଲ୍ଲା ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନରେ ୮ ଜଣ, ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୬ ଜଣ, ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୦ ଜଣ, ନୂଆଗଡ଼ିଆସାହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୫ ଜଣ, ଶରଣକୁଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୮ ଜଣ, ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୮ ଜଣ, ମଧ୍ୟଖଣ୍ଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୩ ଜଣ, ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ୧୨ ଜଣ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୪ ଜଣଙ୍କୁ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଜିଲ୍ଲାରେ ଅନେକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ୱାସ୍ଥ୍ୟକର୍ମୀ ପଦବୀ ଖାଲି ପଡ଼ିଥିବା କାରଣରୁ ସମସ୍ୟା ସୃଷ୍ଟି ହେଉଥିଲା।
ଜିଲ୍ଲାର ବିଭିନ୍ନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୧୪ଜଣ ଷ୍ଟାଫନର୍ସ ନିଯୁକ୍ତ
