ନୟାଗଡ଼,(୦୮/୦୮):- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ଉଚ୍ଚ ବିଦ୍ୟାଳୟଠାରେ ୧୪ ଜୋନର କର୍ମକର୍ତ୍ତାଙ୍କୁ ନେଇ ଜୀବନ ବିନ୍ଦୁ ପକ୍ଷରୁ ଆଜି ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ନୟାଗଡ଼ ରକ୍ତ ଭଣ୍ଡାର କର୍ମଚାରୀଙ୍କ ସହଯୋଗରେ ମୋଟ ୧୦୭ ୟୁନିଟ ରକ୍ତ ସଂଗୃହିତ କରାଯାଇଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୁବ ବିଜେଡି ସଭାପତି ରମେଶ ଚନ୍ଦ୍ର ସାହୁ, ବ୍ଲକ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଜୀବନ ବିନ୍ଦୁ ସଂଯୋଜକ ଗୁରୁପ୍ରସାଦ ଜେନା, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ଅଜୟ ପରିଡ଼ା, ମୁନା ପଣ୍ଡା, ସୁବାସ ଜେନ. ସ୍ଥାନୀୟ ସରପଞ୍ଚ ଏବଂ ଅନ୍ୟାନ କର୍ମକର୍ତ୍ତାମାନେ ସହଯୋଗ କରିଥିଲେ ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ...