ନୟାଗଡ଼,(୦୯/୦୮): ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀ ବିକାଶ ନିମନ୍ତେ ସାରା ରାଜ୍ୟରେ ୮୯ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହାରି ମଧ୍ୟରେ ନୟାଗଡ଼ ଜିଲ୍ଲାରେ ୫ଟି ଇନଡୋର ଷ୍ଟାଡିୟମ ପାଇଁ ଅନୁମତି ପ୍ରଦାନ କରିଥିବା ସୂଚନା ମିଳିଛି । ଏହା ମଧ୍ୟରେ ନୟାଗଡ଼ ପୈାରାଞ୍ଚଳ ସହିତ ଓଡ଼ଗାଁ, ଖଣ୍ଡପଡ଼ା, ଦଶପଲ୍ଲା, ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୪ ଟି ଇନ୍ଡୋର ଷ୍ଟାଡିୟମ ନିର୍ମାଣ ଅନୁମୋଦନ ମିଳିଛି । ଏହି ବହୁମୂଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରାଯିବା ନେଇ ଘୋଷଣା କରିବା ଯିବା ପରେ ନୟାଗଡ଼ ଜିଲ୍ଲାରେ ଖୁସୀର ଲହରୀ ଖେଳି ଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଉଦ୍ଦେଶ୍ୟରେ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରିଥିଲା। ଏହି ଶୋଭାଯାତ୍ରାରେ ଯୁବ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ସାହୁ, ବ୍ଲକ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୂଖ ଉପସ୍ଥିତ ଥିବାବେଳେ କ୍ରୀଡ଼ାପ୍ରେମୀ ଏବଂ କ୍ରୀଡ଼ାବିତଙ୍କ ସମେତ ସହରର ବହୁ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ଏ ଅବସରରେ ଡ଼ଃ. ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କ୍ରୀଡ଼ା ଭିତ୍ତିଭୂମୀ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ଅତୁଳନୀୟ । ନୟାଗଡ଼ ଜିଲ୍ଲାକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯିବା ମଞ୍ଜୁର ପ୍ରଦାନ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।
![](https://nayagarhdarpan.com/wp-content/uploads/2021/08/FB_IMG_1628520876797.jpg)