ଖଣ୍ଡପଡ଼ା,(୧୨/୦୮):- ଜାତୀୟ ଯୁବ ଦିବସ ଉପଲକ୍ଷେ ୟୁନିକ୍ ଆସୋସିଏସନ୍ ଓ ନେହେରୁ ଯୁବକେନ୍ଦ୍ରର ମିଳିତ ଆନୁକୁଲ୍ୟରେ ଖଣ୍ଡପଡ଼ା ବ୍ଲକର ଶିଖରପୁର ଗ୍ରାମରେ ଆଜି ସ୍ୱଚ୍ଛତା ପଖୱାଡ଼ା କାର୍ଯ୍ୟକ୍ରମର ଦ୍ଵାଦଶ ଦିବସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ୱଚ୍ଛତା ପଖୱାଡ଼ା କାର୍ଯ୍ୟକ୍ରମ ୦୧ଅଗଷ୍ଟରୁ ଆରମ୍ଭ ହୋଇଥିବା ବେଳେ ଏହା ୧୫ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। ସ୍ଵଚ୍ଛ ରହିବା ସହିତ ଆମ ଚାରିପାର୍ଶ୍ୱକୁ ସ୍ୱଚ୍ଛ ରଖିବା ପାଇଁ ଆଜି ଏହି କାର୍ଯ୍ୟକ୍ରମରେ ସଂକଳ୍ପ ନିଆଗଲା। ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନରେ ଥିବା ନେହେରୁ ଯୁବ କେନ୍ଦ୍ର ତରଫରୁ ନୟାଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଏ କାର୍ଯ୍ୟକ୍ରମ ଜାରି ରହିଛି। ଆଜିର ଏହି କାର୍ଯ୍ୟକ୍ରମରେ ସତ୍ୟବ୍ରତ ମହାରଣା, ଦେବବ୍ରତ ମିଶ୍ର, ଦୀପକ କୁମାର, ପଦ୍ମଲୋଚନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଅନନ୍ୟା ଫାଉଣ୍ଡେସନର ପ୍ରତିଷ୍ଠାତା ଆଶୁତୋଷ ଦାସ ସଂଯୋଜନା କରିଥିଲେ।
Related posts
-
ରାମଚନ୍ଦ୍ର ଉଚ୍ଚବିଦ୍ୟାଳୟରେ ଅନ୍ନପୂର୍ଣ୍ଣା -୧ ଖାଦ୍ୟ ପ୍ରଦର୍ଶନୀ ଅନୁଷ୍ଠିତ।
January 25, 2025 Jajati Comments Off on ରାମଚନ୍ଦ୍ର ଉଚ୍ଚବିଦ୍ୟାଳୟରେ ଅନ୍ନପୂର୍ଣ୍ଣା -୧ ଖାଦ୍ୟ ପ୍ରଦର୍ଶନୀ ଅନୁଷ୍ଠିତ।ନୟାଗଡ଼, (ନୟାଗଡ଼ ଦର୍ପଣ): ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବାର୍ଷିକ ଖାଦ୍ୟ ପ୍ରଦର୍ଶନୀ “ଅନ୍ନପୂର୍ଣ୍ଣ।- ୧” ଅନୁଷ୍ଠିତ ହୋଇଯାଇଛି। ଏହି... -
ବରିଷ୍ଠଙ୍କ ଆଶ୍ରିବାଦ ଯୁବ ପିଢ଼ିଙ୍କ ପାଇଁ ବର ଦାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ବରିଷ୍ଠ ନାଗରିକ ସମାଜର ପଥ ପ୍ରଦର୍ଶକ ସେମାନଙ୍କ ନିଷ୍ଠା, ତ୍ୟାଗର ତୁଳନା ନାହିଁ, ବରିଷ୍ଠଙ୍କ ଉପସ୍ଥିତି ପରିବାର... -
ନୀଳମାଧବଙ୍କ କ୍ଷେତ୍ରରେ ଅନନ୍ୟ ଧନୁମୁଁଆ
କଣ୍ଟିଲୋ, (ନୟାଗଡ଼ ଦର୍ପଣ): କଣ୍ଟିଲୋ ନୀଳମାଧବଙ୍କ କ୍ଷେତ୍ରରେ ବାରମାସରେ ତେର ପର୍ବ ପାଳିତ ହୋଇଥାଏ ସେଥିମଧ୍ୟରୁ ଧନୁସଂକ୍ରାନ୍ତି ଏବଂ ମକର ସଂକ୍ରାନ୍ତି...