ଓଡ଼ଗାଁ (୧୫/୦୮):- ଆଜି ଅପରାହ୍ନ ୨ଟା ସମୟରେ ଓଡ଼ଗାଁସ୍ଥିତ ଇନଡୋର ଷ୍ଟାଡିୟମ ପରିସରରେ ମହାନ୍ ଦାର୍ଶନିକ, ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜୟନ୍ତୀ ପାଳନର ଶୁଭ ଉଦଘାଟନ ଉତ୍ସବ ପାଳିତ ହୋଇଯାଇଛି। ସୁକାନ୍ତ କୁମାର ଚୌଧୁରୀଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ବେହେରା, ଜିଲ୍ଲା ପରିଷଦ ଜୋନ୍-୧ ସଭ୍ୟ ଲୋକନାଥ ସାହୁ, ଡା. ଜ୍ଞାନଜ୍ୟୋତି ଦାଶ, ଡଃ ଅଧିବାସ ପଣ୍ଡା, ରାଜକିଶୋର ନାୟକ, ଶିକ୍ଷକ ପଞ୍ଚାନନ ପଣ୍ଡା ପ୍ରମୁଖ ଅତିଥି ରୂପେ ଯୋଗ ଦେଇ ଶ୍ରୀ ଅରବିନ୍ଦଙ୍କ ଜୀବନୀ, ସ୍ୱାଧିନତା ସଂଗ୍ରାମରେ ତାଙ୍କର ଅବଦାନ, ବିଭିନ୍ନ ଲୋକହିତକର କାର୍ଯ୍ୟାବଳୀ, ପୂର୍ଣ୍ଣାଙ୍ଗ ଶିକ୍ଷା, ଅରବିନ୍ଦଙ୍କ ସ୍ୱପ୍ନବିଳାସୀ ପାଗଳାମି ଇତ୍ୟାଦି ସମ୍ବନ୍ଧରେ ବିଷଦଭାବେ ଆଲୋଚନା କରିଥିଲେ। ଓଡ଼ଗାଁ ଏବଂ କୁରାଳସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ ପାଠଚକ୍ରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ସନ୍ତୋଷ କୁମାର ସାହୁ, ରବୀନ୍ଦ୍ର ପଟ୍ଟନାୟକ, କଳ୍ପନା ପାଣିଗ୍ରାହୀ, ଯଶୋବନ୍ତ ପଟ୍ଟନାୟକ, ଶାନ୍ତନୁ ବିଶୋଇ ପ୍ରମୁଖଙ୍କ ସମେତ ପ୍ରାୟ ଶହେରୁ ଉର୍ଦ୍ଧ୍ବ ବୁଦ୍ଧିଜୀବୀ, ଅରବିନ୍ଦପ୍ରେମୀ ତଥା ବିଭିନ୍ନ ସମ୍ବାଦପତ୍ରର ସାମ୍ବାଦିକ ବନ୍ଧୁଗଣ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ।ସର୍ବଶେଷରେ ପ୍ରଦୀପ କୁମାର ଜେନା ଧନ୍ୟବାଦ ଅର୍ପଣ କରିବା ସହ ବରିଷ୍ଠ ଶିକ୍ଷକ ପୀତବାସ ସାହୁ ଶ୍ରୀ ଅରବିନ୍ଦଙ୍କ ବାଣୀ ପୁସ୍ତିକା ଉନ୍ମୋଚନ କରିଥିଲେ।
Related posts
-
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ... -
ବ୍ଲକ ସ୍ତରୀୟ ଗୀତାଆବୃତ୍ତି ପ୍ରତିଯୋଗିତା ଆୟୋଜିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶା ଆନୁକୁଲ୍ୟରେ ଗୀତା ସୁଗୀତା କର୍ତବ୍ୟା କାର୍ଯକ୍ରମ ମାଧ୍ୟମରେ ଓଡ଼ଗାଁ ବ୍ଲକ ସ୍ତରୀୟ ଗୀତା... -
ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡି
Comments Off on ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡିନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ...