ନୟାଗଡ଼,(୧୯/୦୮): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜିବ ଗାନ୍ଧୀଙ୍କ ଜନ୍ମଦିବସ ଅବସରରେ ସଦ୍ଭାବନା ଦିବସ ପାଳନ କରାଯାଇଛି । ଏହି ଅବସରରେ ଏକ ଶପଥ ପାଠ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ ସମସ୍ତ କର୍ମଚାରୀଙ୍କୁ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।

