ନୟାଗଡ଼,(୨୦/୦୮): ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖାର ଆଜି ବାର୍ଷିକ ଉତ୍ସବ ନୟାଗଡ ଖଣ୍ଡପଡ଼ା ରୋଡ଼ସ୍ଥିତ ନୀଳମାଧଵ କଲ୍ୟାଣ ମଣ୍ଡପରେ ପାଳିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ସଂଘ ସଭାପତି ବିଭୂତି ଭୂଷଣ କର, ରାଜ୍ୟ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ, କୋଷାଧ୍ୟକ୍ଷ ରାଜେନ ଚୈାଧୁରୀ, ଜିଲ୍ଲା ସଭାପତି ଶ୍ରୀକାନ୍ତ ଖଟେଇ, ଜିଲ୍ଲା ସମ୍ପାଦକ ଆଦର୍ଶ ପଟ୍ଟନାୟକ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀଯୁକ୍ତ କର ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା, ବୀମା ରାଶିକୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ସାମ୍ବାଦିକଙ୍କ ବିରୁଦ୍ଧରେ କରାଯାଉଥିବା ମିଥ୍ୟା ମକୋଦ୍ଦମା ପ୍ରତ୍ୟାହାର କରିବା ପାଇଁ ଦାବି କରିଥିଲେ । ଏଥିସହିତ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ପ୍ରଣୟନ କ୍ଷେତ୍ରରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଭୂମିକାକୁ ପ୍ରଶଂସା କରିଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଏବଂ ଚନ୍ଦ୍ର ବିଜୟୀ ମିଶ୍ର ମଞ୍ଚ ପରିଚାଳନା କରିଥିଲେ। ଏହି ବାର୍ଷିକ ଉତ୍ସବରେ ଜିଲ୍ଲା ତଥା ଜିଲ୍ଲା ବାହାରର ସାମ୍ବାଦିକମାନେ ଯୋଗ ଦେଇଥିଲେ।
ଉତ୍କଳ ସାମ୍ବାଦିକ ସଙ୍ଘ ନୟାଗଡ଼ ଶାଖାର ବାର୍ଷିକ ଉତ୍ସବ ପାଳିତ
