କଂଗ୍ରେସ ସେବା ଦଳ ଷ୍ଟିଅରିଂ କମିଟି ସଭ୍ୟ ହେଲେ ନୟାଗଡ଼ର ମନୋଜ କୁମାର ସାହୁ

ନୟାଗଡ଼,(୨୩/0୮): ନୟାଗଡ଼ ଅଖିଳ ଭାରତ କଂଗ୍ରେସ ସେବାଦଳ ଷ୍ଟିଅରିଂ କମିଟିର ସଦସ୍ୟ ହେଲେ ନୟାଗଡ଼ ବ୍ଲକ ଇଟାମାଟିର ପୂର୍ବତନ ସରପଞ୍ଚ ତଥା ନୟାଗଡ ନିର୍ବାଚନ ମଣ୍ଡଳୀରୁ ୨୦୧୯ ନିର୍ବାଚନରେ କଂଗ୍ରେସ ଦଳ ପକ୍ଷରୁ ହୋଇଥିବା ବିଧାୟକ ପ୍ରାର୍ଥୀ ମନୋଜ କୁମାର ସାହୁ। ସେବା ଦଳ ମୁଖ୍ୟ ସଙ୍ଗଠକ ଲାଲାଜୀ ଦେଶାଇ ଶ୍ରୀ ସାହୁଙ୍କୁ କମିଟିର ସଦସ୍ୟ ଭାବେ ଅନୁମୋଦନ କରିଛନ୍ତି। ସଦସ୍ୟ ହେବାପରେ ସେ ପ୍ରଦେଶ କଂଗ୍ରେସ ସେବା ଦଳ ମୁଖ୍ୟ ସଙ୍ଗଠକ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଛନ୍ତି। ଆଗାମୀ ଦିନରେ ପ୍ରଦେଶ କଂଗ୍ରେସ ସେବା ଦଳ କିପରି ସାରା ରାଜ୍ୟରେ କ୍ରିୟାଶୀଳ ହେବ ସେ ଦିଗରେ ଅହରହ ଉଦ୍ୟମ ଜାରି ରଖିବି ବୋଲି ଶ୍ରୀଯୁକ୍ତ ମନୋଜ କୁମାର ସାହୁ ପ୍ରକାଶ କରିଛନ୍ତି।

Related posts