ସମର୍ପଣ(ବୃଦ୍ଧାଶ୍ରମ)ରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଦାନ ଉତ୍ସବ

ନୟାଗଡ଼,(୨୫/୦୮):- ନୟାଗଡ଼ ଲେଖନପୁରଠାରେ ଗଢ଼ି ଉଠିଥିବା ସମର୍ପଣ(ବୃଦ୍ଧାଶ୍ରମ)ରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଦାନ ଉତ୍ସବ ତଥା ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମର୍ପଣର ସଭାପତି ତଥା ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଦାନ ଉତ୍ସବରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଓଡ଼ିଶା ମୁଖ୍ଯ ଶ୍ରୀମତୀ ବିଦ୍ଯା କ୍ରିଷ୍ଣନ୍ ମୁଖ୍ଯଅତିଥିଭାବେ ଯୋଗ ଦେଇଥିଲା ବେଳେ ଜେନେରାଲ ମ୍ଯାନେଜର ଅଭୟ କିଶୋର ପାଣ୍ଡେ, ଡିଜିଏମ୍ ଆନନ୍ଦ ବିକ୍ରମ, ସୁନୀଲ କୁମାର ଖେରନାର, ରିଜିଓନାଲ ମ୍ଯାନେଜର ଭୂପଦେବ ପ୍ରଧାନ ଓ ନୟାଗଡ଼ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ସୁବାସ ଚନ୍ଦ୍ର ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ଜରିଆରେ ସମର୍ପଣକୁ ଆଜି ଏକ ଫ୍ରିଜ୍ ଦାନ କରିବା ସହିତ ଅନ୍ତେବାସୀମାନଙ୍କୁ ଅତିଥିମାନେ ବସ୍ତ୍ରଦାନ କରିଥିଲେ। ସମର୍ପଣ ପରିସର ପରିଦର୍ଶନ କରି ଅତିଥିମାନେ ଆନନ୍ଦ ବ୍ଯକ୍ତ କରିବା ସହିତ ପରିଚାଳନା କମିଟିର ସଦସ୍ଯମାନଙ୍କୁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ସମର୍ପଣ ପରିଚାଳନା ବିଷୟରେ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କ ନୟାଗଡ଼ ମୁଖ୍ଯ ଶାଖାର ମୁଖ୍ଯ ପରିଚାଳକ ରକିମା ଦାଶ, ଏଡିବି ଶାଖାର ମୁଖ୍ଯ ପରିଚାଳକ ଶିବରାମ ପାଣିଗ୍ରାହୀ, ଜଟଣୀ ଶାଖାର ମୁଖ୍ଯ ପରିଚାଳକ ସୁଜିତ୍ କୁମାର ବେହେରା, ଖୋର୍ଦ୍ଧା ଶାଖାର ମୁଖ୍ଯ ପରିଚାଳକ ଅନିରୁଦ୍ଧ ନନ୍ଦ, ସମର୍ପଣ ପରିଚାଳନା କମିଟିର ସମ୍ପାଦକ ଅରୁଣ କୁମାର ମହାନ୍ତି, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ଶ୍ରୀଧର ସାହୁ ଓ ଧୀରେନ୍ଦ୍ର କୁମାର ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Related posts